ଭୁବନେଶ୍ୱର, ୧୭/୦୫: କାଳବୈଶାଖୀ ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଏହା ସହ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଅଚଳିକ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଇଏମଡିର ସୂଚନା ଅନୁଯାୟୀ, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଲାଗି ରହିଥିବା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ ଓ ସନ୍ଧ୍ୟା ସମୟରେ ଏଭଳି ସ୍ଥିତି ରହିବ।
ଆସନ୍ତା ୧୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ ଏବଂ ସନ୍ଧ୍ୟା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ୧୮ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ‘ୟେଲୋ’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୦ ତାରିଖ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ ବା ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।