ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଆଜିଠାରୁ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ଥିବାବେଳେ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ। ତାସହ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆସନ୍ତା ୪ରୁ ୫ ଦିନ ଯାଏଁ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୮ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି।