ଶାରିରୀକ ପରୀକ୍ଷା ବେଳେ ଅଘଟଣ

ଜଣେ ପ୍ରାର୍ଥୀ ମୃତ, ୭ ଗୁରୁତର

ଗଜପତି, ୨୯/୦୫: ଗଜପତି ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୭ ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକ ଜଣକ ହେଲେ ରାମଗିରି ଥାନା ଅନ୍ତର୍ଗତ ପାରିସାଲ ଗ୍ରାମର ସୁମନ୍ତ ମିଶାଲ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଣୀପେଣ୍ଠରୁ ପଦ୍ମପୁର ପର୍ଯ୍ୟନ୍ତ ଦୁଇ କିଲୋମିଟର ସେ ରାସ୍ତାରେ ଦୌଡ ପରୀକ୍ଷା ଦେଇଥିଲେ। ପରେ ସେ ଗୁରୁତର ଭାବେ ଅସୁସ୍ଥ ହୋଇ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟ ୭ ଜଣଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ପାରଳାଖେମୁଣ୍ଡିର ପି.ବାବୁଜୀ, ଗୁମ୍ମାର ଅର୍ଫନ ପାଣି, ଗୋଷାଣୀର ସଞ୍ଜୟ ଶବର, କାଶୀନଗର ର ବାଳକୃଷ୍ଣ ଲିମ୍ମା, ନାରାୟଣପୁରର ଦୀପକ ପାଡାଲ, ଗୁରାଣ୍ଡିର ଶିବ ପ୍ରସାଦ ମହାପାତ୍ର। ଅନ୍ୟ ୨ଜଣ ଆହତଙ୍କ ପରିଚୟ ମିଳି ପାରିନାହିଁ।