୮ରେ ସୃଷ୍ଟି ହେବ ଲଘୁଚାପ, ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ରାଜ୍ୟରେ ଲଘୁଚାପ ସୃୃଷ୍ଟି ହେବ । ମଙ୍ଗଳବାର ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର (ଆନ୍ଧ୍ର ଉପକୂଳ)ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବୁଧବାର ଏହା ଲଘୁଚାପ ରୂପ ନେବ । ଏହା ପ୍ରଭାବରେ ଓଡ଼ିଶାରେ ୪ ଦିନ ବର୍ଷିବ । ରାଜ୍ୟରେ ୧୦ ତାରିଖ ଯାଏ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତା ୭ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୮ରେ ଗଜପତି, ଗଞ୍ଜାମ, ପୁରୀ, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୯ରେ ନବରଙ୍ଗପୁର, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭଦ୍ରକ, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ସମେତ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୦ରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିଭଳି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି ।