ନୂଆଦିଲ୍ଲୀ, ୩୧/୦୫: ଭାରତରେ ୨,୭୧୦କୁ ଛୁଇଁଲା ସକ୍ରିୟ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, କେରଳରେ ୧୧୪୭, ମହାରାଷ୍ଟ୍ରରେ ୪୨୪, ଦିଲ୍ଲୀରେ ୨୯୪ ଓ ଗୁଜରାଟରେ ୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକ ଓ ତାମିଲନାଡୁରେ ୧୪୮ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମବଙ୍ଗରେ ୧୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚଳିତ ବର୍ଷ ପ୍ରଥମ ୫ ମାସରେ ମୃତ୍ୟୁ ସଂଖ୍ୟା ୨୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀ, ଗୁଜରାଟ, କର୍ଣ୍ଣାଟକ, ପଞ୍ଜାବ ଓ ତାମିଲନାଡୁରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିପରି ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୭ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହେଲେଣି।