ଭୁବନେଶ୍ୱର, ୩୧/୦୫:ଟିଟିଲାଗଡ଼ ବିଧାୟକ ଶ୍ରୀ ନବୀନ କୁମାର ଜୈନ ଅସୁସ୍ଥ ଥିବାରୁ ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ଶ୍ରୀ ଜୈନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ ଏବଂ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।
ସୂଚନାଯୋଗ୍ୟ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଗୁରୁତର ଅସୁସ୍ଥ। ଗୁରୁତର ଅସୁସ୍ଥ ହେବାରୁ ପ୍ରଥମେ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ରାୟପୁରକୁ ସ୍ଥାନାନ୍ତର କରାଯାଇଛି।