ଦୁଷ୍କର୍ମ ଉଦ୍ୟମ ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ

ଅଭିଯୁକ୍ତ ଫେରାର

ପୁରୀ, ୦୧/୦୬: ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ପରେ ନାବାଳିକା ଜଣକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ପରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ତେବେ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୁକ୍ତ ଯୁବକ ଫେରାର ଅଛି। ଏହି ଘଟଣାକୁ ନେଇ ବଳଙ୍ଗା ଥାନାରେ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ବାପା। ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିବା ବେଳେ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।