ଭୁବନେଶ୍ୱର, ୧୩/୦୬: ଗୃହରକ୍ଷୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର। ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହି ବର୍ଦ୍ଧିତ ଭତ୍ତା ଲାଗୁ ହେବ। ସେହିପରି ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଟ୍ରେନିଂ ଭତ୍ତା ୨୮ରୁ ୧୪୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହା ମେ’ ପହିଲା ଠାରୁ ପିଛିଲା ଭାବେ ଲାଗୁ ହେବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।