ଆଜି ଅବପାତର ରୂପ ନେଇପାରେ ଲଘୁଚାପ

ଅବପାତର ରୂପ ନେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଦକ୍ଷିଣ ଓଡ଼ିଶା ଏବଂ ପାଶ୍ୱବର୍ତୀ ଅଂଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଅବପାତ ଏବେ ଉତରପଶ୍ଚିମ ଗୋପାଳପୁରଠାରୁ ୨୦ କିଲୋମିଟର ଦୂରରେ ରହିଛି । ଅବପାତ ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ସେହିପରି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ଓ ୧୩ ତାରିଖରେ ମଧ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ଆସନ୍ତା ୧୭ ତାରିଖ ଦିନ ଆଉ ଏକ ଲଘୁଚାପ ଆସିପାରେ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।