୨୬ ଯାଏଁ ପ୍ରବଳ ବର୍ଷିବ

ଏଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୨/୦୬: ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଜୁନ୍ ୨୨ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜ, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ବିଜୁଳି ହେବାର ସମ୍ଭାବନା ରହିଛି।

ସେହିପରି ଜୁନ୍ ୨୩ରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, ନୁଆପଡା, ସମ୍ବଲପୁର, ସୋନପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଏବଂ ଗଞ୍ଜାମ ଜିଲ୍ଲାରେ ବର୍ଷା, ପବନ ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜୁନ୍ ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରରେ ବର୍ଷା ସହ ବଜ୍ରପାତ ହେବା। ଜୁନ୍ ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଏବଂ ଭଦ୍ରକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ପବନ ହେବ। ଜୁନ୍ ୨୬ରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରିଛି ଆଇଏମଡି।