ନକଲି ଔଷଧ କାରବାର ମାମଲା: ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ଅଭିଯୁକ୍ତ

କଟକ: କଟକରେ ନକଲି ଔଷଧ କାରବାର ମାମଲା । ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ । ଅଭିଯୁକ୍ତ ଦୁଇଜଣ ଦେଲେ ସଞ୍ଜୟ ଜଲାଲ ଓ ରାହୁଲ ଶ୍ୟାଲ । ପୁରୀଘାଟ ଥାନାରେ ଦୁଇ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି । ନକଲି ମେଡିସିନ କାରବାର ମାମଲାରେ ସେମାନଙ୍କୁ ପଚରାଉଚରା ହେବ । ଦୁଇ ଔଷଧ ବିତରକ ସଂସ୍ଥାର ଅନ୍ୟ କିଛି କର୍ମଚାରୀଙ୍କୁ ପୁଲିସ ପଚରାଉଚରା କରୁଛି । ଆବଶ୍ୟକ ପଡିଲେ ଏହି ଦୁଇ ସଂସ୍ଥାର ଅଫିସ ସିଲ ବି କରାଯାଇପାରେ ବୋଲି କଟକ ଡିସିପି ସୂଚନା ଦେଇଛନ୍ତି ।