ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ୱର, ୨୭/୦୬: ଜୁନ ୨୯ ତାରିଖରୁ ଜୁଲାଇ ୧ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୫-୪୫ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଯାହାଫଳରେ ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରି ସେମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦେଇଛି ଆଇଏମଡି।