ସୋନାଲି ଫୋଗାଟ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କରିବ ସିବିଆଇ

ନୂଆଦିଲ୍ଲୀ: ରହସ୍ୟ ଘେରରେ ରହିଥିବା ପୂର୍ବତନ ଟିକ୍‌ଟକ ଷ୍ଟାର ତଥା ବିଜେପି ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ରହସ୍ୟର ପର୍ଦ୍ଦାଫାଶ କରିବ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। କେନ୍ଦ୍ର ଗୃହ ମନ୍ତ୍ରାଳୟ ସୋମବାର ସନ୍ଧ୍ୟାରେ ବିଜେପି ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଆଧିକାରୀକ ସୂତ୍ରରୁ ପ୍ରକାଶ।

ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟ ୨୨ ତାରିଖ ରାତିରେ ଗୋଆରେ ୪୩ ବର୍ଷ ବୟସ୍କ ଫୋଗାଟଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିଥିଲା।