ଭୁବନେଶ୍ୱର, ୨୮/୦୬: ପିପିଲି ନିକଟରେ ଦୁର୍ଘଟଣାରେ ତିନି ଯୁବତୀଙ୍କ ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ସୂଚନାଯୋଗ୍ୟ, ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ନମ୍ବର ୩୧୭ରେ ପିପିଲି ତାରକାଜ ନିକଟରେ ଆମ ବସ୍ ଧକ୍କାରେ ତିନି ଜଣ ଯୁବତୀଙ୍କ ମୃତ୍ୟୁ ହୋଇଥିଲା। ସେମାନେ ରଥଯାତ୍ରାରେ ଯୋଗ ଦେବା ପାଇଁ ନିଜ ସ୍କୁଟି ଯୋଗେ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିଲେ।