ପୁରୀ, ୨୯/୦୬: ପୁରୀ ଅଘଟଣରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଦଳିଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସପି ବିନୀତ ଅଗ୍ରୱାଲ। ଚଞ୍ଚଳ ରାଣା ପୁରୀର ନୂଆ ଜିଲ୍ଲାପାଳ ଓ ପିନାକ ମିଶ୍ରଙ୍କୁ ପୁରୀ ଏସପି ଭାବେ ଦାୟିତ୍ଵ ଦିଆଯାଇଛି। ଡିସିପି ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁଁ ସସପେଣ୍ଡ କରାଯାଇଛି। ଏହି ଅଘଟଣର ପ୍ରଶାସନିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ତଦନ୍ତ ହେବ।
ସୂଚନାଯୋଗ୍ୟ, ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ସାଧାରଣ ପ୍ରଶାସନ ବିଭାଗରୁ ଓଏସଡି ଦାୟିତ୍ୱ ଦିଆଯାଇଛି।