ପୁରୀ, ୨୯/୦୬: ଶରଧାବାଲି ଅଘଟଣ ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହା ସହିତ ଆଇଏଏସ ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ ସହ ରଥଯାତ୍ରା ପରିଚାଳନା ଦାୟିତ୍ୱ ମଧ୍ୟ ତୁଲାଇବେ। ଏହି ନିଷ୍ପତ୍ତି ନିଆଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଥିଲେ।