ଭୁବନେଶ୍ୱର, ୦୧/୦୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପ୍ରଭାବରେ ଆସନ୍ତା ୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।