ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ

ଖୋର୍ଦ୍ଧା ଜିଲ୍ଲା ଦୌରାଜଜଙ୍କ କୋର୍ଟରୁ ଜାମିନ

ଭୁବନେଶ୍ୱର, ୦୯/୦୭: ବିଏମସି ଅତିରିକ୍ତ କମିଶନର୍ ଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜଙ୍କ କୋର୍ଟରୁ ମିଳିଲା ଜାମିନ।

ସୂଚନାଯୋଗ୍ୟ, ବିଏମସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ ଘଟଣାରେ ଫସିଥିଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ଓଏଏସ ସଂଘ ତାଙ୍କ ଗିରଫ ଦାବିରେ କାର୍ଯ୍ୟବନ୍ଦ କରି ଆନ୍ଦୋଳନ କରିଥିଲେ। ଏହାପରେ ତାଙ୍କୁ ଗିରଫ କରାଯାଇଥିଲା।

ତାଙ୍କ ନାମରେ ଭାରତୀୟ ନ୍ୟାୟ ସଂହିତାର ୧୨୧(୧), ୧୨୧(୨), ୧୩୨, ୧୮୯(୨), ୧୯୦, ୩(୫), ୩୦୪, ୩୩୩, ୩୫୧(୨), ୫୪, ୬୧(୨), ୬୨ ଲାଗିଥିଲା। ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଜାମିନ ଖାରଜ କରିବା ପରେ ଶ୍ରୀ ପ୍ରଧାନଙ୍କୁ ଝାରପଡ଼ା ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିଲା। ଏହା ପରେ ଜାମିନ ଆବେଦନ କରିଥିଲେ ଜଗନ୍ନାଥ | ଆଉ ଆଜି ଖୋର୍ଦ୍ଧା ଜିଲ୍ଲା ଦୌରାଜଜଙ୍କ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।