ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରୂପା ତାରକସି ଫଳକ ଉପହାର ଭେଟି ଦେଲେ

ନୂଆଦିଲ୍ଲୀ, ୧୨/୦୭: ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କୁ ଭେଟି ରୂପା ତାରକସି ଫଳକ ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି। ରାଜ୍ୟର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏ ନେଇ ମୁଖ୍ୟମନ୍ତ୍ରୀ ଏକ୍ସ ଯୋଗେ ସୂଚନା ଦେଇ କହିଛନ୍ତି, “ଆଜି ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର ସୌଭାଗ୍ୟ ଲାଭ କଲି। ଓଡ଼ିଶାର ବିକାଶ ପାଇଁ ତାଙ୍କର ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ। ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ।”