ଭୁବନେଶ୍ୱର, ୧୫/୦୭: ବାଲେଶ୍ଵର ଏଫଏମ କଲେଜର ପୀଡ଼ିତା ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମନ୍ତ୍ରୀ କହିଛନ୍ତି, “ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଘଟଣାରେ ଚିକିତ୍ସାଧୀନ ଥୂବା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।”
Prev Post