ବାଲେଶ୍ବର ଘଟଣାକୁ ବିରୋଧ: ୧୭ରେ ଓଡ଼ିଶା ବନ୍ଦ

ବନ୍ଦ ଡ଼ାକରା ଦେଲା କଂଗ୍ରେସ

ଭୁବନେଶ୍ୱର, ୧୫/୦୭: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ରହିବ ଗାଡ଼ି ମୋଟର ଚଳାଚଳ। ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ ଘୋଷଣା କରିଛି କଂଗ୍ରେସ। ଏନେଇ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।