ଆଜି ଏହି ଜିଲ୍ଲାରେ ସବୁ ସ୍କୁଲ ବନ୍ଦ

ଜିଲ୍ଲା ପ୍ରଶାସନର ନିଷ୍ପତ୍ତି

ପ୍ରବଳରୁ ଅତି ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ମୟୂରଭଞ୍ଜ, ୨୫/୦୭: ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବା ବେଳେ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ। ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ଆଜବେଷ୍ଟସ ଓ କଚ୍ଚା ଘରେ ନ ରଖିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି। ମାଲକାନଗିରିରେ ପ୍ରବଳ ବର୍ଷା ଯୋଗୁଁ ସବୁ ନଦୀର ଜଳସ୍ତର ବୃଦ୍ଧି ପାଇଛି। କାଲିମେଳାରୁ ପଡିଆ କନ୍ୟାଶ୍ରମ ରାସ୍ତା ବୁଡ଼ି ଯାଇଥିବା ଯୋଗୁଁ ଗମନାଗମନ ବାଧାପ୍ରାପ୍ତ ହୋଇଛି। ତେଣୁ ଆସନ୍ତା ୧୨ ଘଣ୍ଟା ପାଇଁ ଜିଲ୍ଲାରେ ସତର୍କ ସୂଚନା ଜାରି କରାଯାଇଛି।