ନୂଆଦିଲ୍ଲୀ, ୨୬/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ମାଳଦ୍ୱୀପର ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ଦିନ ଭାରତର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବା ପାଇଁ ଦୁଇ ଦିନିଆ ମାଳଦ୍ୱୀପ ଗସ୍ତରେ ଯାଇ ରାଜଧାନୀ ମାଲେରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ମୁଇଜୁଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଥିଲେ ଏବଂ ବାଣିଜ୍ୟ ଏବଂ ପ୍ରତିରକ୍ଷା ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ନିମନ୍ତ୍ରଣ କ୍ରମେ ସେ ଦ୍ୱୀପ ରାଷ୍ଟ୍ରକୁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି।
ମାଳଦ୍ୱୀପ ପୂର୍ବରୁ ପ୍ରଧାନମନ୍ତ୍ରୀ ବ୍ରିଟେନ ଗସ୍ତ କରିଥିଲେ। ସେଠାରେ ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା।