ଭୁବନେଶ୍ୱର, ୨୭/୦୭: ରାଜ୍ୟରେ ଜୁଲାଇ ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ଅଛି।
୨୮ ଜୁଲାଇ ସକାଳ ୮.୩୦ ରୁ ୨୯ ଜୁଲାଇ ସକାଳ ୮.୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଅଛି। ତେଣୁ ଏହି ଜିଲ୍ଲାଗୁଡିକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
୨୯ ଜୁଲାଇ ସକାଳ ୮ଟା ୩୦ ରୁ ୩୦ ଜୁଲାଇ ସକାଳ ୮ଟା ୩୦ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହା ବ୍ୟତୀତ ୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ। ଉତ୍ତର ଓଡ଼ିଶାର ଅନେକ ଜିଲ୍ଲାରେ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ସତର୍କ କରାଇଛି।