ହାତୀ ଆକ୍ରମଣରେ ୩ ମୃତ

ସହାୟତା ରାଶି ମିଳିବ ବୋଲି ଘୋଷଣା କଲେ ଜଙ୍ଗଲ ମନ୍ତ୍ରୀ

ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ନିଲମ୍ୱିତ

ଢେଙ୍କାନାଳ, ୩୧/୦୭: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ବାଘଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ  ଝୁଲଣା ଦେହୁରୀ (୫୫) ଏବଂ ତାଙ୍କ ଦେଢ଼ଶୂର କରୁଣାକର ଦେହୁରୀ (୬୦) ଏବଂ ଶଶି ସାହୁ। ଏହି ଅଘଟଣରେ କାର୍ଯ୍ୟରେ ଅବହେଳା ଯୋଗୁଁ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ନିଲମ୍ୱିତ ହୋଇଛନ୍ତି।

ଏହି ଅଘଟଣକୁ ନେଇ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ସହାୟତା ରାଶି ମିଳିବ ବୋଲି ଘୋଷଣା କରିଛନ୍ତି। ଏହା ସହ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ମୃତକଙ୍କ ଆତ୍ମାର ସ୍ଥିତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।