ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଭୁବନେଶ୍ୱର ୧୯।୦୯: ପରଲୋକରେ ବିଧାୟକ ବିଷ୍ଣୁ ସେଠୀ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା ।

ଖବର ଅନୁଯାୟୀ, ଗତ କିଛି ଦିନ ହେଲା କିଡନୀ ରୋଗରେ ପୀଡିତ ଥିଲେ ବିଷ୍ଣୁ ସେଠୀ । ଏହାପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାସେ ହେଲା ଏମ୍‌ସ ମେଡିକାଲରେ ବିଷ୍ଣୁ ସେଠୀଙ୍କ ଚିକିତ୍ସା ଚାଲିଥିଲା । ହେଲେ ସୋମବାର ସକାଳ ସମୟରେ ମେଡିକାଲ ପକ୍ଷରୁ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିବା ସୂଚନା ଦିଆଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା ।