ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ

୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର, ୧/୮: ଆଜି ରାଜ୍ୟ କ୍ୟାବିନେଟର ୨୩ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ।

କ୍ୟାବିନେଟ ବୈଠକରେ ମୋଟ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲା।

ଜଳସମ୍ପଦ ବିଭାଗ, ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ (MSME) ବିଭାଗ ଓ ଅର୍ଥ ବିଭାଗର ଗୋଟିଏ ଲେଖାଏଁ ଏବଂ ବିଧି ( ଆଇନ) ବିଭାଗର ୨ଟି ପ୍ରସ୍ତାବ ଗୃହୀତ ହୋଇଥିଲା।