ଦିଲ୍ଲୀ ଗଲେ ରାଷ୍ଟ୍ରପତି ପାର୍ଥି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦିଲ୍ଲୀ ଅଭିମୁଖେ ଏନଡିଏ ରାଷ୍ଟପ୍ରତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ପାରମ୍ପରିକ ଆଦିବାସୀ ନାଚ ଗୀତରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଭୁବନେଶ୍ୱରରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଓଡ଼ିଶା ଭବନ ଯିବେ । ଦ୍ରୌପଦୀଙ୍କ ଓଡ଼ିଶା ଭବନରେ ରହିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ସେହିପରି ଶୁକ୍ରବାର ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ଓଡ଼ିଶା ଭବନରେ ରହିବେ ।