ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଓଡ଼ିଶା ପୋଲିସ ବଡ଼ ସୂଚନା

‘ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ’

ଭୁବନେଶ୍ୱର, ୨/୮: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଓଡ଼ିଶା ପୋଲିସ ବଡ଼ ସୂଚନା ଦେଇଛି। ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଖବର ଶୁଣି ଦୁଃଖ ପ୍ରକାଶ କରିବା ସହ ସୂଚନା ଦେଇଛି ଯେ, “ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ। ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।”