ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡାଙ୍କ ଶୋକ

ଭୁବନେଶ୍ୱର, ୨/୮: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, “ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।”

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ପୀଡ଼ିତାଙ୍କ ଅମର ଆତ୍ମାର ସଦ୍‌ଗତି ସହ ପୀଡ଼ିତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏବଂ ସରକାରଙ୍କ ସମସ୍ତ ଚେଷ୍ଟା ସତ୍ତ୍ଵେ ଜୀବନ ବଞ୍ଚାଇ ପାରିନଥିବାରୁ ଦୁଃଖିତ ବୋଲି କହିଛନ୍ତି।