IED ବ୍ଲାଷ୍ଟରେ ରେଲୱେ କର୍ମଚାରୀଙ୍କ ମୃତ୍ୟୁ

CMRFରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩/୮: IED ବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। କାର୍ଯ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାର ପାଇଁ ସହାୟତା ଘୋଷଣା କରିବା ସହ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି‌।

ସୂଚନାଯୋଗ୍ୟ, ଏବେ ମାଓବାଦୀଙ୍କ ସହିଦ ସପ୍ତାହ ଚାଲିଥିବା ବେଳେ ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବିସ୍ଫୋରଣ ହୋଇଥିଲା। ଏଥିରେ ଉକ୍ତ ରେଲୱେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି।