ନୂଆଦିଲ୍ଲୀ, ୫/୮: ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ଘଟିଛି। ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ଘଟିଛି। ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ଅବସ୍ଥା ଗୁରୁତର ଥିବାରୁ ICUରେ ଭର୍ତ୍ତି ହୋଇଥିଲେ।
ସେ ଅଗଷ୍ଟ ୨୦୧୮ ରୁ ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ ଓ କାଶ୍ମୀରର ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ। ସେ ଅକ୍ଟୋବର ୨୦୧୭ ରୁ ଅଗଷ୍ଟ ୨୦୧୮ ପର୍ଯ୍ୟନ୍ତ ବିହାରର ରାଜ୍ୟପାଳ ଥିଲେ। ୨୧ ମାର୍ଚ୍ଚ ୨୦୧୮ରୁ ୨୮ ମଇ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାର ଅତିରିକ୍ତ ରାଜ୍ୟପାଳ ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ। ୩ ନଭେମ୍ବର ୨୦୧୯ରୁ ୧୮ ଅଗଷ୍ଟ ୨୦୨୦ ପର୍ଯ୍ୟନ୍ତ ଗୋଆର ରାଜ୍ୟପାଳ ରହିଥିଲେ। ୧୮ ଅଗଷ୍ଟ ୨୦୨୦ରୁ ୩ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ମେଘାଳୟର ରାଜ୍ୟପାଳ ରହିଥିଲେ।