ନୂଆଦିଲ୍ଲୀ, ୬/୮: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଥିବା ବେଳେ ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ନେଇ ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଆଜି ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।”
Prev Post