ଓଡିଶା ଆସିବେ ପ୍ରଭାରୀ ସୁନୀଲ ବଂଶଲ

ଭୁବନେଶ୍ୱର ୨୦/୦୯: ଚଳଚଞ୍ଚଳ ରାଜ୍ୟ ବିଜେପି ଶିବିର । ଆସିବେ ସୁନୀଲ ବଂଶଲ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡିଶା ଗସ୍ତ ପୂର୍ବରୁ ଓଡିଶା ଆସୁଛନ୍ତି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ । ନଡ୍ଡାଙ୍କ ଗସ୍ତର ବିସ୍ତୃତ ସମୀକ୍ଷା କରିବେ ବଂଶଲ । ଏହାସହ ସଙ୍ଗଠନ ମଜବୁତ ନେଇ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ । ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ଆସିବେ କ୍ଷେତ୍ରୀୟ ପ୍ରଭାରୀ ।

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜେପି ନଡ୍ଡାଙ୍କ ଗସ୍ତ ନେଇ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେସ୍ୱରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲଙ୍କ ଗସ୍ତ ନେଇ ଆଲୋଚନା ହୋଇଥିଲା । ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତି, ବରିଷ୍ଠ ବିଜେପି ନେତା ମନମୋହନ ସାମଲ, ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ପ୍ରମୁଖ ଉପସ୍ଥିତ ଥିଲେ ।