ଆସିଲା ସୁଭଦ୍ରା ୩ୟ କିସ୍ତି ଟଙ୍କା
ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା
ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
ଜୟପୁର, ୯/୮: ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ ଜୟପୁର ଗସ୍ତରେ ଯାଇ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମହିଳା ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ। ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଲେଖାଏଁ ଟଙ୍କା ପଠାଯାଇଛି।