ଜୀବନ ଯୁଦ୍ଧରେ ହାରିଗଲେ ରାଜୁ ଶ୍ରୀବାସ୍ତବ

ମୁମ୍ୱାଇ ୨୧/୦୯: ପରଲୋକରେ ବିଶିଷ୍ଟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ । ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା । ଦେହାନ୍ତ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ଅଗଷ୍ଟ ୧୦ ରେ ସେ ହୃଦଘାତରେ ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା । ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କର ଭେଣ୍ଟିଲେଟରରେ ଚିକିତ୍ସାଧୀନ ଥିଲେ । ଦୀର୍ଘ ୪୦ ଦିନ ଧରି ମୃତ୍ୟୁ ସହ ସଂଘର୍ଷ କରୁଥିଲେ ରାଜୁ । ଗତ କିଛି ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିଥିଲା । ହେଲେ ପୁଣି ଥରେ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରକୁ ଭର୍ତ୍ତି କରାଯାଇଥିଲା । ଅବସ୍ଥାରେ କୌଣସି ଉନ୍ନତି ଆସୁନଥିଲା । ଏମିତିକି ତାଙ୍କ ଚେତା ଫେରୁନଥିଲା । ତାଙ୍କ ହୃଦସ୍ପନ୍ଦନ ଏବଂ ବିପି ମଧ୍ୟ କଣ୍ଟ୍ରୋଲରେ ରହୁନଥିଲା ।