ସମ୍ବଲପୁର, ୧୫/୮: ସମ୍ବଲପୁରର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ୱବିଦ୍ୟାଳୟ (VSSUT)ର ଦୁଇ ଜଣ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଜଣେ ପିଏଚଡ଼ି ଛାତ୍ରୀ ଓ ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, VSSUTର ଦୁଇ ଜଣ ପ୍ରଫେସରଙ୍କ ବିରୁଦ୍ଧରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜଣେ ପ୍ରଫେସର ଜଣେ ପିଏଚଡି ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ଅନ୍ୟ ଜଣେ ପ୍ରଫେସର ବିଶ୍ୱବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିଥିଲେ।
ତେଣୁ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ତଦନ୍ତ ପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।