ଭୁବନେଶ୍ୱର, ୧୭/୮: ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଏ ନେଇ ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡିକ ହେଲା ନବରଙ୍ଗପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି, କଟକ-ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ମାଲକାନଗିରି।