ନୂଆଦିଲ୍ଲୀ, ୧୭/୮: ସିପି ରାଧାକ୍ରିଷ୍ଣନଙ୍କ ନାଁରେ ମୋହର ମାରିଲା ଏନଡିଏ। ସିପି ରାଧାକ୍ରିଷ୍ଣନ୍ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ ହୋଇଛନ୍ତି। ଜଗଦୀପ ଧନଖର ତାଙ୍କ ପଦବୀରୁ ଇସ୍ତଫା ଦେବାର ପ୍ରାୟ ଗୋଟିଏ ମାସ ପରେ, ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଶାସକ ଏନଡିଏର ପ୍ରାର୍ଥୀ ଭାବରେ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇଛି।
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିବା ପାଇଁ ରବିବାର ବିଜେପି ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଦଳର ଅନେକ ବରିଷ୍ଠ ନେତା ବୈଠକରେ ଯୋଗ ଦେଇଥିଲେ।
ଜଗଦୀପ ଧନଖଡ ଗତ ମାସରେ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିଲେ।