ନାମାଙ୍କନ ଭରିଲେ ସୁଦର୍ଶନ ରେଡ୍ଡୀ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ

ନୂଆଦିଲ୍ଲୀ, ୨୧/୮: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ INDI ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ।‌ ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି, ଶରଦ ପାୱାର ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁଦର୍ଶନ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି. ସୁଦର୍ଶନ ରେଡ୍ଡୀ। ଗତ କାଲି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ନାମାଙ୍କନ ଭରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହା ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ଆଜି ନାମାଙ୍କନ ପତ୍ର ଦାଖଲ ପାଇଁ ଶେଷ ତାରିଖ ଥିବା ବେଳେ ଆସନ୍ତା ସେପ୍ଟେମ୍ୱର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ।