ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ: ୧୪ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଂଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୂରଭଂଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।