ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ

ଭୁବନେଶ୍ୱର, ୩୦/୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ଏହା ସହ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ।

ଏହା ପରେ ମୁଖ୍ୟମନ୍ତ୍ରୀ ରାଜଭବନ ଯାଇଥିଲେ। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ନିମନ୍ତ୍ରଣ କ୍ରମେ ରାଜଭବନ ଯାଇଥିଲେ ମୁଖ୍ୟମନ୍ତ୍ରୀ।

ଏ ନେଇ ମୁଖ୍ୟମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି କହିଛନ୍ତି, “ଆଜି ମୋ ସରକାରୀ ବାସଭବନରେ ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ଦେଶ ତଥା ଓଡ଼ିଶାର ଶିକ୍ଷା ବ୍ୟବସ୍ଥା, ନୂତନ ଶିକ୍ଷାନୀତି ଓ ଶିକ୍ଷାରେ ସଂସ୍କାର ଆଦି ବିଷୟ ସହ ଓଡ଼ିଶାରେ ଶିକ୍ଷା ଭିତ୍ତିଭୂମିର ଉନ୍ନତି ପାଇଁ ଆଗାମୀ ପଦକ୍ଷେପଗୁଡ଼ିକ ବିଷୟରେ ବିସ୍ତୃତ ଆଲୋଚନା ହେଲା।”