ଭୁବନେଶ୍ୱର, ୨/୯: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ। ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆସନ୍ତା ୨୪ ଘଣ୍ଟାରେ ଏହା ଓଡ଼ିଶା ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୫ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ।
୩ ଦିନ ଧରି ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।