ଅଭିଜିତ ମଜୁମଦାର ଗୁରୁତର

ଏମ୍ସକୁ ସ୍ଥାନାନ୍ତର

ଭୁବନେଶ୍ୱର, ୪/୯: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତଜ୍ଞ ଅଭିଜିତ ମଜୁମଦାର ଅସୁସ୍ଥ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ବଡ଼ ଖବର ସାମନାକୁ ଆସିଛି। ଗତ କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ରହିଛି।

ମିଳିଥିବା ସୂଚନା ମୁତାବକ, ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଛି। ତାଙ୍କୁ ନିଶ୍ବାସ ନେବାରେ ସମସ୍ୟା ହେଉଛି। ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ। ଡାକ୍ତର ଅମ୍ରିତ ପାଟ୍ଟଯୋଶୀଙ୍କ ନେତୃତ୍ୱରେ ତାଙ୍କ ଚିକିତ୍ସା ଚାଲିଛି।

ସୂଚନାଯୋଗ୍ୟ, ଦୀର୍ଘ ଦିନରୁ ସେ ଲିଭର୍ ଜନିତ ରୋଗରେ ପୀଡ଼ିତ ଥିଲେ। ଗତ ଗଣେଶ ପୂଜା ବେଳେ ହଠାତ୍ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ସିଡିଏ ସ୍ଥିତ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଅଭିଜିତଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଖବର ପାଇବା ପରେ ବିଭିନ୍ନ ମହଲରୁ ତାଙ୍କ ଆରୋଗ୍ୟ କାମନା କରାଯାଇଛି।