ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ଉଭୟଙ୍କ ମଧ୍ୟରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ଟ୍ବିଟରରେ ଜରିଆରେ ନିଜ ମନର କଥା କହିଛନ୍ତି।

ନୂଆଦିଲ୍ଲୀ: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ଉଭୟଙ୍କ ମଧ୍ୟରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ଟ୍ବିଟରରେ ଜରିଆରେ ନିଜ ମନର କଥା କହିଛନ୍ତି।

ତେବେ ପ୍ରଧାନମନ୍ତ୍ରୀ ଟ୍ବିଟରରେ ଲେଖିଛନ୍ତି ଯେ, ଦ୍ରୌପଦୀ ମୁର୍ମୁଜୀଙ୍କୁ ସାକ୍ଷାତ କଲି। ତାଙ୍କ ରାଷ୍ଟ୍ରପତିଙ୍କ ନାମାଙ୍କନକୁ ସମାଜର ସମସ୍ତ ବର୍ଗର ଭାରତୀୟମାନେ ପ୍ରଶଂସା କରିଛନ୍ତି। ତୃଣମୂଳ ସ୍ତରର ସମସ୍ୟା ଏବଂ ଭାରତର ବିକାଶ ପାଇଁ ତାଙ୍କର ଦୃଷ୍ଟିକୋଣ ଉଲ୍ଲେଖନୀୟ ଅଟେ ।

ସେହିପରି ଆଜି ଦ୍ରୌପଦୀ ମୁର୍ମୁ ସକାଳ ୯ଟା ୪୦ରେ ବିମାନବନ୍ଦରରୁ ବିସ୍ତାର ଏୟାରଲାଇନ୍ସ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ଭୁବନେଶ୍ୱରସ୍ଥିତ ଏମସିଏଲ୍ ଗେଷ୍ଟ ହାଉସରେ ଶୁଭେଚ୍ଛୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଗେଷ୍ଟ ହାଉସରୁ ବାହାରି ବିମାନବନ୍ଦରରେ ପହଞ୍ଚିବା ସମୟରେ ଆଦିବାସୀ ମହିଳାମାନେ ଖୁସିରେ ନୃତ୍ୟ କରିବା ଦେଖିବାକୁ ମିଳିଥିଲା।