ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
ଅମର ଆତ୍ମାର ସଦଗତି କାମନା କଲେ
ଭୁବନେଶ୍ୱର, ୮/୯: ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, “ରାଜେନ୍ଦ୍ର ଢୋଲକିଆ ନୂଆପଡ଼ା ନିର୍ବାଚନ ମଣ୍ଡଳୀରୁ ଚାରିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ଓଡ଼ିଶା ସରକାରଙ୍କ ପ୍ଲାନିଂ ଏଣ୍ଡ କନଭର୍ଜେନ୍ସ ମନ୍ତ୍ରୀ ଭାବେ ସୂଚାରୁ ରୂପେ ଦାୟିତ୍ୱ ନିର୍ବାହ କରିଥିଲେ । ଏହା ତାଙ୍କ ଲୋକପ୍ରିୟତାର ଚାକ୍ଷୁସ ପ୍ରମାଣ । ସ୍ବର୍ଗତ ଢୋଲକିଆଙ୍କ ଅକାଳ ବିୟୋଗରେ ମୁଁ ଦୁଃଖିତ। ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି” ।