୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ୍

ଶପଥ ଉତ୍ସବ ସମାରୋହରେ ଯୋଗ ଦେଲେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

ନୂଆଦିଲ୍ଲୀ, ୧୨/୯: ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ୍। ଆଜି ଦିନ ୧୦ଟା ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଶପଥ ଗ୍ରହଣ ଉତ୍ସବ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ଭେଙ୍କୟା ନାଇଡୁ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ଯୋଗ ଦେଇଥିଲେ।

ଗତ ୯ ତାରିଖ ମଙ୍ଗଳବାର ଦିନ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହୋଇଥିଲା। ଏଥିରେ ଇଣ୍ଡି ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ୪୫୨ ଭୋଟ୍ ପାଇ ବିଜୟୀ ହୋଇଥିଲେ ସିପି ରାଧାକ୍ରିଷ୍ଣନ୍। ଇଣ୍ଡିଆ ବ୍ଲକ୍ ପ୍ରାର୍ଥୀ ଏବଂ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ବି ସୁଦର୍ଶନ ରେଡ୍ଡୀ ୩୦୦ଭୋଟ ପାଇଥିଲେ।