ଭୁବନେଶ୍ୱର, ୧୪/୯: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଆଜି ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ସମସ୍ତ ଜିଲ୍ଲା ପାଇଁ ୟେଲୋ ସତର୍କତା ଜାରି କରିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ରାୟଗଡ଼ା ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।
ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ବିଭିନ୍ନ ଜିଲ୍ଲାରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।