ଭୁବନେଶ୍ୱର, ୧୮/୯: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ପ୍ରଥମ ଦିନରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ମୁଲତବୀ ରଖାଯାଇଛି। ପୂର୍ବତନ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଏବଂ ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ବିଧାନସଭାକୁ ଆସନ୍ତା କାଲି ଯାଏଁ ମୁଲତବୀ ରଖାଯାଇଛି।
ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାକୁ ସମର୍ଥନ କରିଥିଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ।
ଚଳିତ ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ।