ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ଭୋଟିଂ ମେସିନ୍, ଇ ଭି ଏମ୍ ଓ ଭି ଭି ପାଟ ର ପ୍ରଥମ ସ୍ତରୀୟ ତଦାରଖ ଆରମ୍ଭ

ନୂଆପଡା, ୨୨/୦୯: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀ (Assembly Constituency) ୭୧ର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଅସମୟ ଦେହାନ୍ତ ପରେ ଏଠାରେ ଉପ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି l ଏହି କ୍ରମରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଇ ଭି ଏମ୍ ଓ ଭି ଭି ପାଟ ଗୋଦାମ ଗୃହରେ ସଂରକ୍ଷିତ ଥିବା ୟୁନିଟ ଗୁଡିକର ପ୍ରଥମ ସ୍ତରୀୟ ତଦାରଖ ଆରମ୍ଭ ହୋଇ ଯାଇଛି l ଏଥିରେ ଜିଲ୍ଲାପାଳ ମଧୁସୂଦନ ଦାଶ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ, ଅତିରିକ୍ତ ଶାସନ ସଚିବ ତଥା ଇ ଭି ଏମ୍, ରାଜ୍ୟ ନୋଡାଲ ଅଧିକାରୀ ପ୍ରମୋଦ କୁମାର ସାହୁ, ଉପ ଶାସନ ସଚିବ ଜିତେନ୍ଦ୍ର ପାତ୍ର, ଅତିରିକ୍ତ ଜିଲ୍ଲାପାଳ ତଥା ଜିଲ୍ଲା ଅତିରିକ୍ତ ନିର୍ବାଚନ ଅଧିକାରୀ ସୁବାଷ ଚନ୍ଦ୍ର ରଇତ, ଉପ ଜିଲ୍ଲାପାଳ ତଥା ଇ ଆର୍ ଓ, ସୁର୍ମି ସୋରେନ୍, ନିର୍ବାଚନ ଡେପୁଟୀ କଲେକ୍ଟର ସେଖ ନସିମ, ଡି ସି ହେମନ୍ତ ପୁଟା, ବିଡ଼ିଓ କୋମନା ସର୍ବେଶ୍ଵର ଜାଲ, ତହସିଲଦାର ନୂଆପଡା ପ୍ରଣବ ରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହା ସହିତ ସ୍ବୀକୃତି ପ୍ରାପ୍ତ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟି, ବିଜୁ ଜନତା ଦଳ ଏବଂ ଆପ୍ ପ୍ରତିନିଧି ମଣ୍ଡଳ ଉପସ୍ଥିତ ଥିଲେ ।